• Thu. Nov 5th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ ନୂଆପଡ଼ା ଗସ୍ତ

Byodishri Live

Sep 30, 2026

ନୂଆପଡ଼ା: ସୂଚନା ଓ ଲୋକସମ୍ପର୍କ ବିଭାଗ, ଉତ୍ତରାଞ୍ଚଳ, ସମ୍ବଲପୁରର ଯୁଗ୍ମ ନିର୍ଦ୍ଦେଶିକା ତଥା ଅତିରିକ୍ତ ଉପନିର୍ଦ୍ଦେଶିକା ଶ୍ରୀମତୀ କଲ୍ୟାଣୀ ଦାଶ, OIS-I(SB), ଦିନିକିଆ ନୂଆପଡ଼ା ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ।

ଗସ୍ତ ସମୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମାକାନ୍ତ ବିଶ୍ୱାସ ଓ କାର୍ଯ୍ୟାଳୟର କର୍ମଚାରୀମାନେ ଶ୍ରୀମତୀ ଦାଶଙ୍କୁ ସ୍ୱାଗତ କରିଥିଲେ। ଶ୍ରୀମତୀ ଦାଶ କାର୍ଯ୍ୟାଳୟର ବିଭିନ୍ନ ନଥିପତ୍ର, ରେଜିଷ୍ଟର, ଫାଇଲ୍‌ ଓ ସରକାରୀ ଦସ୍ତାବିଜ ଯାଞ୍ଚ କରିବା ସହ ବିଭାଗୀୟ କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହୋଇଥିଲେ।

ଏହାସହ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ସେ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା କରିବା ସହ କାର୍ଯ୍ୟ ସମ୍ପାଦନ ସମୟରେ ରହିଥିବା ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ।

ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ବିକାଶମୂଳକ କାର୍ଯ୍ୟକ୍ରମ ଓ ଜନହିତକର ପଦକ୍ଷେପ ସମ୍ପର୍କରେ ଜନସାଧାରଣଙ୍କ ନିକଟରେ ସଠିକ୍ ଓ ସମୟୋପଯୋଗୀ ସୂଚନା ପହଞ୍ଚାଇବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଏଥିପାଇଁ ସାମାଜିକ ଗଣମାଧ୍ୟମ ସମେତ ବିଭିନ୍ନ ପ୍ରଚାର ମାଧ୍ୟମର ସୁବିନିଯୋଗ କରିବାକୁ ସେ ପରାମର୍ଶ ଦେଇଥିଲେ।

ଏଥିସହ ଜିଲ୍ଲା ପ୍ରଶାସନ ଓ ସାମ୍ବାଦିକମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଓ ଯୋଗସୂତ୍ର ବଜାୟ ରଖି ବିଭାଗୀୟ କାର୍ଯ୍ୟକୁ ଆହୁରି ସୁଦୃଢ଼ କରିବା ଉପରେ ଶ୍ରୀମତୀ ଦାଶ ଗୁରୁତ୍ୱ ଦେଇଥିଲେ।

ନୂଆପଡ଼ା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ ଶେଷ କରି ଶ୍ରୀମତୀ ଦାଶ ବରଗଡ଼ ଅଭିମୁଖେ ଯାତ୍ରା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *