• Fri. Nov 6th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

ସମାଜ’ର ୧୦୭ତମ ସ୍ୱନକ୍ଷତ୍ର ଦିବସରେ ବିଜୟ ମିଶ୍ର ସମ୍ମାନିତ

Byodishri Live

Oct 5, 2026

କେନ୍ଦୁଝର, (ଓଡ଼ିଶ୍ରୀ ସମ୍ବାଦ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିଷ୍ଠିତ ତଥା ଲୋକସେବକ ମଣ୍ଡଳ ଦ୍ୱାରା ପରିଚାଳିତ ଦୈନିକ ଓଡ଼ିଆ ଖବରକାଗଜ ‘ସମାଜ’ର ୧୦୭ତମ ସ୍ୱନକ୍ଷତ୍ର ଦିବସ ଅବସରରେ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସ୍ୱତନ୍ତ୍ର ସମାରୋହ ଅନୁଷ୍ଠିତ ହୋଇଛି। ଲୋକସେବକ ମଣ୍ଡଳର ସଭାପତି ରାଜକୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ଏହି ଅବସରରେ ‘ସମାଜ’ର କେନ୍ଦୁଝର ଜିଲ୍ଲା ପ୍ରତିନିଧି ବିଜୟ କୁମାର ମିଶ୍ରଙ୍କୁ ଶ୍ରେଷ୍ଠ ସାମ୍ବାଦିକ ଭାବେ ସମ୍ମାନିତ କରାଯାଇଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ତାଙ୍କୁ ଟ୍ରଫି, ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ‘ସମାଜ’ର ଦୀର୍ଘଦିନର ସାମ୍ବାଦିକତା ଓ ସାମାଜିକ ଭୂମିକାକୁ ପ୍ରଶଂସା କରିବା ସହ ଦାୟିତ୍ୱପୂର୍ଣ୍ଣ ଓ ନୈତିକ ସାମ୍ବାଦିକତାର ଗୁରୁତ୍ୱ ଉପରେ ମତ ରଖିଥିଲେ।

ସମାରୋହରେ ଶିଳ୍ପ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ଲୋକସେବକ ମଣ୍ଡଳର ଅଧିକାରୀ ଓ ‘ସମାଜ’ର ବରିଷ୍ଠ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

ବିଜୟ କୁମାର ମିଶ୍ରଙ୍କ ଏହି ସମ୍ମାନ ପାଇଁ କେନ୍ଦୁଝର ଜିଲ୍ଲାର ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଯାଇଛି।

Spread the love

Leave a Reply

Your email address will not be published. Required fields are marked *