• Thu. Nov 5th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

ରେଳ ଧାରଣା ନିକଟରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

Byodishri Live

Oct 14, 2026

ମୁରିବାହାଲ (ଓଡ଼ିଶ୍ରୀ ସମ୍ବାଦ): ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ବନବାହାଲ ଡଙ୍ଗରପଡ଼ା ରେଳ ଲାଇନ ନିକଟରୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ରେଳ ଫାଟକଠାରୁ ପ୍ରାୟ ଏକ କିଲୋମିଟର ଦୂରରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ଜିଆରପି ପୁଲିସକୁ ସୂଚନା ଦେଇଥିଲେ।

ସୂଚନା ପାଇ ଜିଆରପି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ତେବେ ମୃତ ଯୁବକଙ୍କ ପରିଚୟ ଏଯାଏଁ ମିଳିନଥିବାବେଳେ ତାଙ୍କ ମୃତ୍ୟୁର କାରଣ ମଧ୍ୟ ସ୍ପଷ୍ଟ ହୋଇନାହିଁ।

ଗତ ସେପ୍ଟେମ୍ବର ମାସରେ ମଧ୍ୟ ଏଭଳି ଘଟଣା ଘଟିଥିବାରୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି। ଘଟଣାର ସମସ୍ତ ଦିଗକୁ ନେଇ ଜିଆରପି ପୁଲିସ ତଦନ୍ତ ଜାରି ରଖିଛି।

Spread the love

Leave a Reply

Your email address will not be published. Required fields are marked *