• Wed. Sep 16th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

୧୫ ହଜାର ଟଙ୍କା ଲାଞ୍ଚ ଅଭିଯୋଗ, ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ

Byodishri Live

Sep 12, 2026

ଖଲ୍ଲିକୋଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଏଏସଆଇ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନାରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ଏଏସଆଇ ସୁଜିତ୍ ପାଣିଗ୍ରାହୀଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧରିଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ଏକ ମାମଲାରେ ଗିରଫ କରିଦେବାର ଧମକ ଦେଇ ଟଙ୍କା ଦାବି କରାଯାଉଥିବା ନେଇ ଅଭିଯୋଗ ହୋଇଥିଲା। ଏହାପରେ ଅଭିଯୋଗକାରୀଙ୍କଠାରୁ ୧୫ ହଜାର ଟଙ୍କା ନେବା ସମୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିବା ଜଣାପଡ଼ିଛି।

ଭିଜିଲାନ୍ସ ଏଏସଆଇ ସୁଜିତ୍ ପାଣିଗ୍ରାହୀଙ୍କୁ ଧରିବା ସହ ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି। ଲାଞ୍ଚ ଅଭିଯୋଗକୁ ନେଇ ଆଇନ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଜାରି ରହିଛି।

Spread the love

Leave a Reply

Your email address will not be published. Required fields are marked *