• Thu. Nov 5th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

ବଡ଼ବାହାଳ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ‘ସୁରଭି’ ମହୋତ୍ସବ

Byodishri Live

Oct 31, 2026

ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ପ୍ରତିଭା ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ

ରେଢ଼ାଖୋଲ, (ଓଡ଼ିଶ୍ରୀ ସମ୍ବାଦ): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ଅନ୍ତର୍ଗତ ବଡ଼ବାହାଳସ୍ଥିତ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆୟୋଜିତ ହୋଇଯାଇଛି। ଏହି ମହୋତ୍ସବରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହର ସହ ଯୋଗଦେଇ ନିଜର ଲୁକ୍କାୟିତ ପ୍ରତିଭା ପ୍ରଦର୍ଶନ କରିଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସମେତ ବହୁ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଆୟୋଜନର ସଫଳତା ପାଇଁ ସହଯୋଗ କରିଥିଲେ। ଏଥିସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।

ମହୋତ୍ସବ ଅବସରରେ କଳା, ସଂସ୍କୃତି, ସଙ୍ଗୀତ, ଚିତ୍ରାଙ୍କନ, କୁଇଜ୍‌ ଓ ବକ୍ତୃତା ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ନିଜ ନିଜର ଦକ୍ଷତା ଓ ସୃଜନଶୀଳତାର ପରିଚୟ ଦେଇ ଉତ୍ସାହର ସହ ଏଥିରେ ଅଂଶଗ୍ରହଣ କରିଥିଲେ।

‘ସୁରଭି’ କାର୍ଯ୍ୟକ୍ରମକୁ ନେଇ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ଅତିଥିମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଓ ଆନନ୍ଦ ପରିଲକ୍ଷିତ ହୋଇଥିଲା। ଏଭଳି ମହୋତ୍ସବ ଶିଶୁମାନଙ୍କ ପ୍ରତିଭା ବିକାଶ ଓ ଆତ୍ମବିଶ୍ୱାସ ବୃଦ୍ଧିରେ ସହାୟକ ହେବ ବୋଲି ମତ ପ୍ରକାଶ ପାଇଥିଲା।

Spread the love

Leave a Reply

Your email address will not be published. Required fields are marked *