• Fri. Nov 6th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ ସମାରୋହ

Byodishri Live

Nov 1, 2026

ଇନ୍ଦିରା ଗାନ୍ଧୀଙ୍କ ୪୨ତମ ତିରୋଧାନ ଦିବସରେ ସ୍ମୃତିଚାରଣ

ଭୁବନେଶ୍ୱର: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଇନ୍ଦିରା ଗାନ୍ଧୀଙ୍କ ୪୨ତମ ତିରୋଧାନ ଦିବସ ଅବସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ ସମାରୋହ ଭୁବନେଶ୍ୱରସ୍ଥିତ ଇନ୍ଦିରା ଗାନ୍ଧୀ ପାର୍କଠାରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସୌଜନ୍ୟରେ ରାଜ୍ୟସ୍ତରୀୟ ଇନ୍ଦିରା ଗାନ୍ଧୀ ସ୍ମୃତି ସମିତି ପକ୍ଷରୁ ଏହି ସମାରୋହ ଆୟୋଜିତ ହୋଇଥିଲା।

ସ୍ମୃତି ସମିତିର ସାଧାରଣ ସମ୍ପାଦକ ଅମିୟ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସମିତିର ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ ସଭାପତିତ୍ୱ କରିଥିଲେ।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ଏହାପରେ ସର୍ବଧର୍ମ ପ୍ରାର୍ଥନା ସଭା, ରାମଧୁନ ଭଜନ, ସଂକୀର୍ତ୍ତନ ଏବଂ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ପାଲା ପରିବେଷଣ କରାଯାଇଥିଲା।

ଏହି ସମାରୋହରେ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ଗିରିଧର ଗମାଙ୍ଗୋ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଏବଂ ସମ୍ପାଦକ ପୃଥିବୀବଲ୍ଲଭ ପଟ୍ଟନାୟକଙ୍କ ସମେତ ବହୁ ନେତୃବୃନ୍ଦ, ଶୁଭେଚ୍ଛୁ ଓ ସଂସ୍କୃତିପ୍ରେମୀ ଯୋଗଦେଇ ଇନ୍ଦିରା ଗାନ୍ଧୀଙ୍କ ସ୍ମୃତିଚାରଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *