ବାଲିପାଟଣା (ଓଡ଼ିଶ୍ରୀ ସମ୍ବାଦ): ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ହେବାକୁ ଥିବା ଉଚ୍ଚପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ସ୍ଥଗିତ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଏହି ପରୀକ୍ଷା ଆସନ୍ତା ୨୪ ତାରିଖରେ ହେବାର ଥିଲା।
ବାତ୍ୟା ଆଶଙ୍କା ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ନୂତନ ସୂଚୀ ଅନୁଯାୟୀ, ଅକ୍ଟୋବର ୩ ତାରିଖରେ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ ହେବ।
ପରୀକ୍ଷା ଦିନ ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ଧରି ପରୀକ୍ଷା ହେବ ବୋଲି ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି।
