• Fri. Nov 6th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

୧୭ ବର୍ଷରୁ କମ୍ ରାଜ୍ୟସ୍ତରୀୟ ହ୍ୟାଣ୍ଡବଲ୍ ପ୍ରତିଯୋଗିତା ଉଦ୍‌ଘାଟିତ

Byodishri Live

Sep 26, 2026

ବଡ଼ଚଣା (ଓଡ଼ିଶ୍ରୀ ସମ୍ବାଦ): ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆସ୍ଥିତ ମହାପୁରୁଷ ହାଡ଼ିଦାସ ମହାବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ୭୦ତମ ବିଦ୍ୟାଳୟ ସମୂହ ୧୭ ବର୍ଷରୁ କମ୍ ହ୍ୟାଣ୍ଡବଲ୍ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଛି।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, ବଡ଼ଚଣା ବିଧାୟକ ଅମର କୁମାର ନାୟକ ଓ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଯୋଗଦେଇଥିଲେ।

ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ଜିଲ୍ଲାର ବିଦ୍ୟାଳୟରୁ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଅଂଶଗ୍ରହଣ କରିଛନ୍ତି। ପ୍ରତିଯୋଗିତା ତିନିଦିନ ଧରି ଚାଲିବ।

ଉଦ୍‌ଘାଟନୀ ସଭାରେ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ କହିଥିଲେ ଯେ, କ୍ରୀଡ଼ାକୁ ପ୍ରାଧାନ୍ୟ ଦେବା ସହ ବିଭିନ୍ନ ଜିଲ୍ଲାରେ ମିନି ଷ୍ଟାଡିୟମ୍ ନିର୍ମାଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। କ୍ରୀଡ଼ାର ବିକାଶ ହେଲେ ରାଜ୍ୟ ଓ ଦେଶର ବିକାଶ ସମ୍ଭବ ବୋଲି ସେ କହିଥିଲେ। ଏଥିସହ ଛତିଆଠାରେ ଏକ ମିନି ଷ୍ଟାଡିୟମ୍ ପାଇଁ ସରକାରଙ୍କ ନିକଟରେ ପ୍ରସ୍ତାବ ରଖିବେ ବୋଲି ସେ ପ୍ରକାଶ କରିଥିଲେ।

ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ଯାଜପୁର ଜିଲ୍ଲାର ପୁରାତନ ପୁଷ୍ପଗିରି ବିଶ୍ୱବିଦ୍ୟାଳୟର ପୁନରୁଦ୍ଧାର ପାଇଁ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବା ସହ ଜିଲ୍ଲାର କ୍ରୀଡ଼ାର ବିକାଶ ଦିଗରେ ଦୃଷ୍ଟି ଦେବେ ବୋଲି କହିଥିଲେ।

ବଡ଼ଚଣା ବିଧାୟକ ଅମର କୁମାର ନାୟକ ଅତିଥିମାନଙ୍କୁ ସ୍ୱାଗତ ଜଣାଇବା ସହ କ୍ରୀଡ଼ା ଦ୍ୱାରା ଶରୀର ସୁସ୍ଥ ରହିବା ସହ ଯୁବପିଢ଼ି ନିଜ ପ୍ରତିଭାର ବିକାଶ କରି ସମ୍ମାନ ଅର୍ଜନ କରିପାରିବେ ଏବଂ ରାଜ୍ୟ ପାଇଁ ଗୌରବ ଆଣିପାରିବେ ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ଯାଜପୁର ଉପଜିଲ୍ଲାପାଳ ତାପସ ରଞ୍ଜନ ଦେଉରୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଫକୀର ମୋହନ ଚୁଡ଼ୁ, ରବୀନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ଆଲୋକ କୁମାର ବନ୍ଧ ଏବଂ ବଡ଼ଚଣା ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ଅନ୍ୟ ଅଧିକାରୀ ଓ ଅତିଥିମାନେ ମଞ୍ଚାସୀନ ଥିଲେ।

Spread the love

Leave a Reply

Your email address will not be published. Required fields are marked *