• Thu. Nov 5th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Byodishri Live

Oct 2, 2026

କେନ୍ଦୁଝର (ଓଡ଼ିଶ୍ରୀ ସମ୍ବାଦ): କେନ୍ଦୁଝରଗଡ଼ ଜେଲ୍‌ ରୋଡସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମହାତ୍ମା ଗାନ୍ଧି ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।

ଉତ୍ସବର ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରଭାତ ଫେରି ଆୟୋଜନ କରାଯାଇଥିଲା। ଏହାପରେ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କୁ ନେଇ ସ୍ୱଚ୍ଛତା କାର୍ଯ୍ୟକ୍ରମ କରାଯାଇଥିଲା। ବିଦ୍ୟାଳୟ ପରିସରରେ ସ୍ଥାପିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।

ପରେ ଆୟୋଜିତ ସଭାରେ ବରିଷ୍ଠ ଆଚାର୍ଯ୍ୟ ଦେବାଶିଷ ସାମଲ, ଧ୍ରୁବ ପ୍ରସାଦ ମହାନ୍ତ, ଚନ୍ଦ୍ରକାନ୍ତ ସାମନ୍ତ ଓ ହୃଷିକେଶ ମହାନ୍ତ ଅତିଥି ଭାବେ ଯୋଗଦେଇଥିଲେ। ସେମାନେ ମହାତ୍ମା ଗାନ୍ଧି ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୀବନ, ଆଦର୍ଶ ଓ ଦେଶ ପ୍ରତି ଅବଦାନ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟକ ଓ ମୂଲ୍ୟବାନ ଅଭିଭାଷଣ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମ ଶେଷରେ ମହାତ୍ମା ଗାନ୍ଧିଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଧାରିତ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା। ଏଥିସହ ‘ସ୍ୱଚ୍ଛ ଭାରତ’ ଅଭିଯାନର ବାର୍ତ୍ତା ନେଇ ଛାତ୍ରଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *