• Thu. Nov 5th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

ପୂର୍ଣ୍ଣଚନ୍ଦ୍ର ପୁର ବିଦ୍ୟାଳୟରେ କୁଇଜ୍ ପ୍ରତିଯୋଗିତା, ୩୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

Byodishri Live

Oct 12, 2026

ବାରିପଦା, (ଓଡ଼ିଶ୍ରୀ ସମ୍ବାଦ): ବାରିପଦା ପୌରପାଳିକାର ୧୫ ନମ୍ବର ୱାର୍ଡସ୍ଥିତ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଖିଳ ଉତ୍କଳ ଅବସରପ୍ରାପ୍ତ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ କଲ୍ୟାଣ ସଂଘ, ଓଡ଼ିଶା ପକ୍ଷରୁ ଏକ କୁଇଜ୍ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି।

ମୟୂରଭଞ୍ଜ ଜିଲ୍ଲା ସମ୍ପର୍କିତ ବିଷୟବସ୍ତୁକୁ ନେଇ ଆୟୋଜିତ ଏହି ପ୍ରତିଯୋଗିତାରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୩୦ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ପ୍ରତିଯୋଗିତାରେ ସପ୍ତମ ଶ୍ରେଣୀର ସଞ୍ଜୟ କୁମାର ବେହେରା ପ୍ରଥମ, ଅଷ୍ଟମ ଶ୍ରେଣୀର ବଡ଼ ନାଏକ ଦ୍ୱିତୀୟ ଏବଂ ସେହି ଶ୍ରେଣୀର ଜିତୁ ହାଁସଦା ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ।

କାର୍ଯ୍ୟକ୍ରମକୁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୈବଲ୍ୟ ପ୍ରସାଦ ମହାପାତ୍ର, ଅବସରପ୍ରାପ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ଶୈଳେନ୍ଦ୍ର ନାରାୟଣ ଜ୍ୟୋତିଷି ଏବଂ ବିଦ୍ୟାଳୟର କଳା ଶିକ୍ଷକ ମହେଶ୍ୱର ମାର୍ଣ୍ଡି ପରିଚାଳନା କରିଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୌମ୍ୟ ଦାଶ ଓ ପୂର୍ବତନ ପ୍ରଧାନ ଶିକ୍ଷକ ସୋମନାଥ ସିଂହ ଉପସ୍ଥିତ ରହି କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଏହି ପ୍ରତିଯୋଗିତା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଜିଲ୍ଲାର ଇତିହାସ, ଭୂଗୋଳ ଓ ସାଧାରଣ ଜ୍ଞାନ ପ୍ରତି ଆଗ୍ରହ ବଢ଼ାଇବାରେ ସହାୟକ ହୋଇଛି।

Spread the love

Leave a Reply

Your email address will not be published. Required fields are marked *