ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ କଲେ ଭିତ୍ତିପ୍ରସ୍ତର ସ୍ଥାପନ; ଉନ୍ନତ ଶିକ୍ଷା ପରିବେଶ ନେଇ ଆଶା
ବାଙ୍କୀ, (ଓଡ଼ିଶ୍ରୀ ସମ୍ବାଦ): ସରକାରୀ ବିଦ୍ୟାଳୟର ଭିତ୍ତିଭୂମିର ବିକାଶ ଓ ଗୁଣାତ୍ମକ ଶିକ୍ଷାଦାନକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଜାରି ରହିଛି ବିଭିନ୍ନ ପଦକ୍ଷେପ। ଏହି କ୍ରମରେ କଟକ ଜିଲ୍ଲା ବାଙ୍କୀ ବ୍ଲକ୍ ଅନ୍ତର୍ଗତ ପାଥପୁରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ତୃତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଆୟୋଜିତ ହୋଇଛି।
ଏହି ଅବସରରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।
କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଅଭିଭାବକ, ସ୍ଥାନୀୟ ଜନପ୍ରତିନିଧି ଓ ଅଞ୍ଚଳର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
ଏହି ଯୋଜନା ମାଧ୍ୟମରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଉନ୍ନତ ଶ୍ରେଣୀଗୃହ, ଆଧୁନିକ ଶିକ୍ଷାଦାନ ବ୍ୟବସ୍ଥା, ଉନ୍ନତ ଶୈକ୍ଷିକ ପରିବେଶ ଓ ଆବଶ୍ୟକୀୟ ଭିତ୍ତିଭୂମି ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଉଛି।
ଏହି ନୂତନ ଉନ୍ନୟନମୂଳକ ପଦକ୍ଷେପ ଦ୍ୱାରା ଆଗାମୀ ଦିନରେ ପାଥପୁର ଅଞ୍ଚଳର ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ପରିବେଶର ସୁଯୋଗ ପାଇପାରିବେ ବୋଲି ଆଶା ପ୍ରକାଶ ପାଇଛି। ଶିକ୍ଷାର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଦିଗରେ ଏହି ପଦକ୍ଷେପ ସହାୟକ ହେବ ବୋଲି ଅଞ୍ଚଳବାସୀ ଆଶା ରଖିଛନ୍ତି।
