• Sun. Nov 8th, 2026

Odishri Live

ସତ୍ୟ ଓ ବିଶ୍ବାସ ର ପରିଚୟ

ନୁଆଁଗାଁ-ପୁରୁଣାପାଣି ରାସ୍ତାର ଶୋଚନୀୟ ଅବସ୍ଥା, ମରାମତି ଦାବି

Byodishri Live

Sep 19, 2026

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ ଅଧୀନ ଟେଣ୍ଡରା ପଞ୍ଚାୟତର ନୁଆଁଗାଁଠାରୁ ପୁରୁଣାପାଣିକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଦିନକୁ ଦିନ ଶୋଚନୀୟ ହୋଇପଡ଼ିଛି। ରାସ୍ତାର ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଥିବାରୁ ଯାତାୟାତରେ ଲୋକେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ବର୍ଷା ଦିନରେ ଏହି ଖାଲଗୁଡ଼ିକରେ ପାଣି ଜମି ରହୁଥିବାରୁ ରାସ୍ତାର ଅବସ୍ଥା ଆହୁରି ଦୟନୀୟ ହୋଇପଡ଼ୁଛି। ଫଳରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ସହ ଦୈନନ୍ଦିନ ଯାତାୟାତରେ ଗ୍ରାମବାସୀଙ୍କୁ ହଇରାଣ ହେବାକୁ ପଡ଼ୁଛି।

ଏହି ରାସ୍ତା ଉପରେ ନିର୍ଭରଶୀଳ ଗ୍ରାମବାସୀ ଦୀର୍ଘଦିନ ଧରି ରାସ୍ତା ମରାମତି ଦାବି କରିଆସୁଥିଲେ ମଧ୍ୟ ସମସ୍ୟାର ସ୍ଥାୟୀ ସମାଧାନ ହୋଇନଥିବା ଅଭିଯୋଗ ହୋଇଛି। ରାସ୍ତାର ଶୋଚନୀୟ ଅବସ୍ଥା ଯୋଗୁଁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ମଧ୍ୟ ଦେଖାଦେଇଛି।

ତେଣୁ ନୁଆଁଗାଁ-ପୁରୁଣାପାଣି ରାସ୍ତାର ଶୀଘ୍ର ମରାମତି କରି ଯାତାୟାତ ସୁଗମ କରିବାକୁ ପ୍ରଶାସନ ନିକଟରେ ଗ୍ରାମବାସୀ ଦାବି କରିଛନ୍ତି। ଏବେ ପ୍ରଶାସନ କେବେ ଏହି ସମସ୍ୟା ପ୍ରତି ଦୃଷ୍ଟି ଦେଇ ରାସ୍ତା ମରାମତି କରୁଛି, ତାହାକୁ ଅପେକ୍ଷା କରିଛନ୍ତି ଅଞ୍ଚଳବାସୀ।

Spread the love

Leave a Reply

Your email address will not be published. Required fields are marked *